ବାଣପୁର ର ମା ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତିରାଜୀର ସମ୍ୱନିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି। ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।ଖୋର୍ଦ୍ଦା ଜିଲ୍ଲା ବାଣପୁରର ମା ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥାନ୍ତି। ମାଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ। ନବମ ଶତାବ୍ଦୀରେ ନିର୍ମିତ ମାଙ୍କ ମନ୍ଦିର ର ବିକାଶ ପାଇଁ 5T ଉପକ୍ରମରେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି । ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିର ର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି। ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ ଓ ପୂର୍ତ୍ତ ବିଭାଗ ର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ ଉପସ୍ଥାପନା ରଖିଥିଲେ । ତିନି ପୀଠର ସେବାୟତମାନେ ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ବୈଠକରେ ଯୋଗ ଦେଇଥିଲେ .ରୂପାନ୍ତରଣ ପରେ ଏଭଳି ଝଲସିବ ମା' ଭଗବତୀଙ୍କ ମନ୍ଦିର ଓ ଏହାର ଚତୁଃପାର୍ଶ୍ୱ।
ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ଭଗବତୀଙ୍କ ପୀଠକୁ ଆକର୍ଷଣୀୟ କରିବାକୁ ସିଂହଦ୍ୱାରଠାରୁ ପରିକ୍ରମା, ଘାଟ, ଯାତ୍ରା ପଡ଼ିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିରର ବିକାଶକୁ ଗୁରୁତ୍ଵ ଦିଆଯାଇଛି। ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡ଼ିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସମ୍ପାଦନ କରିବ।