//BREAKING//
Loading...

ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ

ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ 5t ସଚିବ ଭି.କେ ପାଣ୍ଡିଆନ୍ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ। ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି 5t ସଚିବ ଭି.କେ ପାଣ୍ଡିଆନ ଆଶାପ୍ରକାଶ କରିଛନ୍ତି।

ପାଇକ ମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି।ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଗବେଷଣା କେନ୍ଦ୍ର ଯଥାଶୀଘ୍ର ଗଡି ଉଠିବ ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭି.କେ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯୋଗ୍ୟ ଯେ ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍‌ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକ ମାନେ ମତପ୍ରକାଶ କରନ୍ତି। ଏହି ମହାନ ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ଭି.କେ ପାଣ୍ଡିଆନ କହିଛନ୍ତି।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଅଗଷ୍ଟ ମାସ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ ଏବଂ dr ପ୍ରକାଶ ଶ୍ରୀ ଚନ୍ଦନ ଓଡ଼ିଶା ଷ୍ଟେଟ୍ ପ୍ରେସିଡେଣ୍ଟ ଙ୍କୁ ଭେଟିଥିଲେ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହିତ ଆଲୋଚନା କରିଥିଲେ। ଓଡିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବରେ ଶ୍ରୀ ପାଣ୍ଡିଆନ ବର୍ଣ୍ଣନା କରିଥିଲେ ଏବଂ ଏହାର ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି କହିଥିଲେ ! ରିପୋର୍ଟ = ଖୋର୍ଦ୍ଧା ରୁ ସୂର୍ଯ୍ୟକାନ୍ତ ଦଳାଇ

Post a Comment

Previous Post Next Post

ଆରମ୍ଭ ମାତ୍ର ସଙ୍ଘର୍ଷ ଟିଭି

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe