ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅସୁସ୍ଥ,
ଏହି କ୍ରମରେ ଆଜି ପାଇଁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଥିବା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ ସୂଚନା, ଗତ ଶନିବାରଠାରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି, ଡେଙ୍ଗୁରେ ପୀଡିତ ହୋଇ ତାଙ୍କର ଚିକିତ୍ସା ଚାଲିଛି ଓ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି ବୋଲି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡ଼ାକ୍ତର ଏଲ.ଡି ସାହୁ କହିଛନ୍ତି, ସେପଟେ ଆଜି ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି ବିଡ଼ିଏ ଭାଇସ ଚେୟାରମ୍ୟାନ ବଲବନ୍ତ୍ ସିଂ ଓ ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ