//BREAKING//
Loading...

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ

ଦୀର୍ଘ ଦୁଇ ଦିନ ଧରି ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ପାଳିତ ହେବାକୁ ଥିବା ବେଳେ ଆଜି ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ପ୍ରାକ୍ତନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମା’ ଉତ୍ତରାୟଣୀ ମନ୍ଦିର ଠାରୁ ବିଦ୍ୟାଳୟ ପରିସର ପର୍ଯ୍ୟନ୍ତ ଏକ ମଶାଲ ଶୋଭାଯାତ୍ରା କରାଯାଇଥିଲା। ବିଦ୍ୟାଳୟ ପରିସରରେ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଓ ପ୍ରଧାନ ଶିକ୍ଷୟତ୍ରୀ ସ୍ଵାଧୀନା ମଞ୍ଜରୀ ବେହେରା ଛାତ୍ରଛାତ୍ରୀ ମାନଙ୍କ ଠାରୁ ମଶାଲ ଗ୍ରହଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ବହୁ ପ୍ରାକ୍ତନ ଛାତ୍ରଛାତ୍ରୀ ନିଜ ସ୍କୁଲ ସମୟରେ ଅଭୁଲା ଦିନର ସ୍ମୃତି ମନେ ପକାଇ ଭାବବିହ୍ଵଳ ହେଉଥିବା ଦେଖିବାକୁ ମିଳିଥିଲା। ଏଥିସହିତ ବହୁ ଦିନ ପରେ ଏପରି ଏକ ସ୍ମରଣୀୟ ଦିନରେ ପୁରୁଣା ସାଙ୍ଗ ସାଥି ଏକାଠି ପାଇ ଭାବର ଆଦାନ ପ୍ରଦାନ କରିଥିଲେ। ମଧ୍ୟାହ୍ନରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରାଯାଇଥିଲା।

ଅପରାହ୍ନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ଵାଧୀନା ମଞ୍ଜରୀ ବେହେରାଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଉଚ୍ଚ ନ୍ୟାୟାଳୟ ମୁଖ୍ୟ ବିଚାରପତି ଡ଼.ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ,ମୁଖ୍ୟବକ୍ତା ଭାବେ ସାଂସଦ ତଥା କିଟ ପ୍ରତିଷ୍ଠାତା ପ୍ରଫେସର ଡ଼.ଅଚ୍ୟୁତ ସାମନ୍ତ ପ୍ରମୁଖ ଯୋଗଦେଇଥିଲେ। ମୁଖ୍ୟ ବକ୍ତା ଡ଼.ସାମନ୍ତ ନିଜ ଅଭିଭାଷଣରେ ସଫଳତାର ଶିଡି ଚଢ଼ିବାକୁ ହେଲେ ଶୃଙ୍ଖଳା ନିହାତି ଆବଶ୍ୟକ।ରାଜ୍ୟ ସରକାରଙ୍କ ୫ଟି ଯୋଜନାରେ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ରହିଛି।

କେବଳ ପାଠ ପଢିବାର ଆବଶ୍ୟକ ରହିଛି। କାହିଁକି ନା ଗୁଣାତ୍ମକ ଶିକ୍ଷା ଦ୍ୱାରା ଭକ୍ତି,ସାଧୁତା ସହ ଶୈକ୍ଷିକ ପରିବେଶକୁ ବିକଶିତ କରିଥାଏ ବୋଲି କହିଥିଲେ। ମୁଖ୍ୟ ଅତିଥି ଡ଼.ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ନିଜ ଅଭିଭାଷଣରେ ଦୀର୍ଘ ୭୫ ବର୍ଷର ଘାତ ପ୍ରତିଘାତ ମଧ୍ୟରେ ବିଦ୍ୟାଳୟ ପ୍ରତିବର୍ଷ ବହୁ ଉଜ୍ବଳମୟୀ ଭବିଷ୍ୟତ ଗଠନ କରିଆସିଛି। ବହୁ ମାନି ଗୁଣି ଏମାଟିରୁ ଜନ୍ମିତ। ଏପରିକି ଏହି ବିଦ୍ୟାଳୟରୁ ବହୁ ଉଚ୍ଚ ପଦାଧିକାରୀ ଅଧିକାରୀ ଦେଶ ତଥା ବିଦେଶରେ ଅନେକ ଖ୍ୟାତି ଅର୍ଜନ କରିପାରିଛନ୍ତି। ଯାହାକି ଉତ୍ତମ ଶିକ୍ଷା ଭବିଷ୍ୟତ ଆଶାକୁ ଉଜ୍ବଳିତ କରିଥାଏ। ପ୍ରାଥମିକ,ମାଧ୍ୟମିକ,ଉଚ୍ଚ ମାଧ୍ୟମିକ ଶିକ୍ଷା ଛାତ୍ରଛାତ୍ରୀ ଜୀବନରେ ପ୍ରଥମ ସୋପାନ।ପ୍ରଥମ ସୋପାନର କୃତିତ୍ୱ ହିଁ ଆଗକୁ ବାଟ ଚାଲିବାର ରାସ୍ତା ଦେଖାଇଥାଏ। ଆପ୍ରାଣ ଚେଷ୍ଟା,କର୍ତଵ୍ୟନିଷ୍ଠା ଓ ପରିଶ୍ରମ ପ୍ରତିଟି କ୍ଷେତ୍ରରେ ଆଗକୁ ବଢ଼ିବାରେ ସହାୟକ ହୋଇପାରିବ ବୋଲି କହିଥିଲେ।

ଏହିଅବସରରେ ବିଦ୍ୟାଳୟର ମୁଖ୍ୟ ଅତିଥିଙ୍କ ଦ୍ଵାରା ମୁଖପାତ୍ର ଚିଲିକା ଉନ୍ମୋଚିତ କରାଯାଇଥିଲା ସାନ୍ଧ୍ୟ ଅଧିବେଶନରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ହୀରକ ଜୟନ୍ତୀ ସମାରୋହ କମିଟି ସଭାପତି,ସମ୍ପାଦକ ଓ ସଦସ୍ୟମାନେ ପୂର୍ଣ୍ଣ ସହଯୋଗ କରିଥିବା ବେଳେ ବିଦ୍ୟାଳୟର ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ।ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।

Post a Comment

Previous Post Next Post

ଆରମ୍ଭ ମାତ୍ର ସଙ୍ଘର୍ଷ ଟିଭି

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe